ବରିଷ୍ଠ ବୈଜ୍ଞାନିକ ଡକ୍ଟର ଏନ କଲାଇସେଲ୍ଭିଙ୍କୁ ଏକ ବଡ଼ ଦାୟିତ୍ବ ପ୍ରଦାନ କରାଯାଇଛି। କାଉନ୍ସିଲ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ୍ ରିସର୍ଚ୍ଚ(ସିଏସଆଇଆର)ର ମହାନିର୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଡ. କଲାଇସେଲ୍ଭି। ସେ ସିଏସଆଇଆରର ପ୍ରଥମ ମହିଳା ମହାନିର୍ଦେଶକ। ଏହା ବ୍ୟତୀତ ତାଙ୍କୁ ଡିପାର୍ଟମେଣ୍ଟ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚର ସଚିବ ଦାୟିତ୍ବ ମଧ୍ୟ ପ୍ରଦାନ କରାଯାଇଛି। କଲାଇସେଲ୍ଭି ଏପ୍ରିଲରେ ଅବସର ନେଇଥିବା ଶେଖର ମାଣ୍ଡେଙ୍କ ସ୍ଥାନ ନେବେ। ମାଣ୍ଡେଙ୍କ ଅବସର ପରେ ବାୟୋଟେକ୍ନୋଲୋଜି ବିଭାଗର ସଚିବ ରାଜେଶ ଗୋଖଲେଙ୍କୁ ଅତିରିକ୍ତ ମହାନିର୍ଦ୍ଦେଶକ ଦାୟିତ୍ବ ପ୍ରଦାନ କରାଯାଇଥିଲା।କଲାଇସେଲ୍ଭି ଏପର୍ଯ୍ୟନ୍ତ ତାମିଲନାଡୁର କରଇକୁଡିରେ ସିଏସଆଇଆର-ସେଣ୍ଟ୍ରାଲ ଇଲେକ୍ଟ୍ରୋକେମିକାଲ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଥିଲେ।
Trending
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
Prev Post
Next Post