ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟଙ୍କ 79 ତମ ଜନ୍ମଦିନରେ ଚାରିଆଡୁ ଶୁଭେଚ୍ଛାର ଶୁଆ ଶୁଟିଛି । ସୁରେଶ କୁମାର ରାଉତରାୟଙ୍କ ଜନ୍ମ 1945 ମସହା ସେପ୍ଟେମ୍ବର 11ରେ ହୋଇଥିଲା । ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ଜଟଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ୧୬ଶ ଓଡ଼ିଶା ବିଧାନ ସଭାର ସଭ୍ୟ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି । ପୂର୍ବରୁ ସେ ୧୯୭୭, ୧୯୮୦, ୧୯୮୫, ୧୯୯୫ ଓ ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଟଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ, ୯ମ, ୧୧ଶ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । କଂଗ୍ରେସ ଦଳକୁ ସୁଦୃଢ଼ କରିବାରେ ତାଙ୍କ ଦୃଢ଼ ନେତୃତ୍ବ ଅନୁକରଣୀୟ । ବରିଷ୍ଠ ରାଜନେତା ହିସାବରେ ରାଜ୍ୟର ବିକାଶରେ ଶ୍ରୀ ରାଉତଙ୍କ ଢ଼େର ଅବଦାନ ରହିଛି । ତାଙ୍କର ସାଧା ଜୀବନଶୈଳୀ ଏବଂ ଫିଟନେସ ପାଇଁ ସେ ବେଶ ପରିଚିତ ।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
Prev Post