ଆଜି ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଛୋଟ ପିଲାମାନେ ରାକ୍ଷୀ ବାନ୍ଧିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାକ୍ଷୀପୂର୍ଣ୍ଣିମାରେ ସମସ୍ତଙ୍କୁ ଶୁଭେଚ୍ଛା ଅଭିନନ୍ଦନ ଜଣାଇଛନ୍ତି ।
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ରକ୍ଷା ବନ୍ଧନ ପାଳନ କରନ୍ତୁ। ମହାପ୍ରଭୁଙ୍କ କୃପାରୁ ସୁରକ୍ଷା ଓ ଭରସାର ବନ୍ଧନ ଆହୁରି ନିବିଡ଼ ହେଉ ଟୁଇଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ପୁରାଣ ଓ ଇତିହାସରେ ରହିଛି ରକ୍ଷାବନ୍ଧନର ଅନେକ ଘଟଣା ।
ଅସୁର ସମ୍ରାଟ ବଳି ଭଗବାନ ବିଷ୍ଣୁଙ୍କର ଜଣେ ବଡ଼ ଭକ୍ତ ଥିଲେ, ତାଙ୍କ ଉପରେ କୈଣସି ବିପଦ ଆସୁ ଏହା ବିଷ୍ଣୁ ଚାହୁଁ ନ ଥିଲେ । ତେଣୁ ବଳି ଉପରେ ବିପଦ ଥିବା ଜାଣି ବିଷ୍ଣୁ ବୈକୁଣ୍ଠ ତ୍ୟାଗକରି ବଳିର ରାଜପ୍ରାସାଦରେ ଅବସ୍ଥାନ କଲେ । ତେଣେ ମହାଲକ୍ଷ୍ମୀ ଏହା ଚାହୁଁ ନଥିଲେ । ସେ ଚାହୁଁ ଥିଲେ ବିଷ୍ଣୁ ତାଙ୍କ ସହ ବୈକୁଣ୍ଠରେ ଅବସ୍ଥାନ କରନ୍ତୁ । ଏହାର ଏକ ଉପାୟ ଚିନ୍ତାକରି ଲକ୍ଷ୍ମୀ ବ୍ରାହ୍ମଣୀ ବେଶରେ ବଳିକୁ ଭେଟିଲେ । ଶ୍ରାବଣ ପୂର୍ଣ୍ଣମୀରେ ସେ ବଳି ହାତରେ ରାକ୍ଷୀ ବାନ୍ଧି ଦେଇଥିଲେ । ଲକ୍ଷ୍ମୀ କଣ ଚାହୁଛନ୍ତି ଜାଣିବାପରେ ସେ ବିଷ୍ଣୁଙ୍କୁ ବୈକୁଣ୍ଠରେ ରହିବାକୁ ଅନୁରୋଧ କରିଥିଲେ ।