ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ପ୍ରସଙ୍ଗକୁ ନେଇ ଶୁଣାଣି
ଶ୍ରୀମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଓ ମରାମତି ସଂପର୍କିତ ମାମଲାର ଶୁଣାଣି କରିଛନ୍ତି ହାଇକୋର୍ଟ । ସାନି ସ୍ଥିତି ସଂପର୍କରେ ଅବଗତ କରିବାକୁ ଆମିକସକ୍ୟୁରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର ସ୍ଥିତି ଅନୁଧ୍ୟାନ ଓ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ଜନସ୍ବାର୍ଥ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟଙ୍କ ଆଜିର ନିର୍ଦ୍ଦେଶ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ପ୍ରସଙ୍ଗ ପୁଣି ଚର୍ଚ୍ଚାକୁ ଆସିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଚର୍ଚ୍ଚାକୁ ଆସିଥିଲା ।