ବ୍ରିଟିଶ ବିଦେଶ ମନ୍ତ୍ରୀ ଲିଜ୍ ଟ୍ରସ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ

ବ୍ରିଟିଶ ବିଦେଶ ମନ୍ତ୍ରୀ ଲିଜ୍ ଟ୍ରସ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ମନୋନୀତ ହୋଇଛନ୍ତି । ବ୍ରିଟେନରେ ଶାସନ କରୁଥିବା କଂଜରଭେଟିଭ ଦଳ ର ଭୋଟ ଫଳାଫଳ ପରେ ସେ ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି ।

ଟ୍ରସ୍ ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ପଛରେ ପକାଇ କଂଜରଭେଟିଭ ଦଳର ନେତା ନିର୍ବାଚିତ ହୋଇଛନ୍ତି । ଲିଜଙ୍କୁ ୮୧,୩୨୬ଟି ଭୋଟ ମିଳିଥିବାବେଳେ ସୁନକଙ୍କୁ ୬୦,୩୯୯ଟି ଭୋଟ ମିଳିଥିଲା ।

୨୬ ଜୁଲାଇ, ୧୯୭୫ରେ ଇଂଲଣ୍ଡର ଅକ୍ସଫୋର୍ଡରେ ଜନ୍ମ ଗ୍ରହଣ କରିଥିବା ଟ୍ରସ୍ ଗତ ୨୦୨୧ରୁ ବ୍ରିଟେନର ବିଦେଶ, ରାଜ୍ୟଗୋଷ୍ଠୀ ଓ ଉନ୍ନୟନ ବ୍ୟାପାର ମନ୍ତ୍ରୀ ଅଛନ୍ତି ।