ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା

ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ଭାବେ ପୂଜା ପାଉଛନ୍ତି । ହିନ୍ଦୁ ଧର୍ମ ଅନୁସାରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ ।

ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି ଭଗବାନ ବିଶ୍ବକର୍ମା ।

ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ଭାରତରେ ସବୁ ରାଜ୍ୟରେ ବିଶ୍ବକର୍ମାଙ୍କୁ ପୂଜା କରାଯାଏ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।