ସପ୍ତମୀରୁ ବର୍ଷିବ, ଅଷ୍ଟମୀରେ ଅତିପ୍ରବଳ

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟ‌ର ବିଭିନ୍ନ ଅଞ୍ଚଳ‌ରେ ଗୁରୁବାର ଦିନ ବର୍ଷା ଲାଗି ରହିଥିଲା। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଆସନ୍ତା ୧ ତାରିଖରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ୨ ତାରିଖ ଦିନ ସପ୍ତମୀ ଅବସରରେ ସାରା ଉପକୂଳ ବର୍ଷାରେ ଭିଜିବ। ଅଷ୍ଟମୀରୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର କହିଛି।