ଧାମନଗର ଉପନିର୍ବାଚନ ନଭେମ୍ବର ୩ରେ

ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ହେବ । ଅକ୍ଟୋବର ୭ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ । ଅକ୍ଟୋବର ୧୫ରେ ଯାଞ୍ଚ ହେବ । ପ୍ରାର୍ଥୀ ଚାହିଁଲେ ଅକ୍ଟୋବର ୧୭ରେ ନାମାଙ୍କନ ପ୍ରତ୍ୟାହାର କରିପାରିବେ । ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଛି ।