ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ଼ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ ନିଜର ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କ ନାମକୁ ସୁପାରିଶ କରିଛନ୍ତି। ଏନେଇ ସେ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି। ପୂର୍ବରୁ ନାମ ଚୂଡ଼ାନ୍ତ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଥିଲା । ସୁପ୍ରିମକୋର୍ଟର ୫୦ତମ ପ୍ରଧାନ ବିଚାରପତି ଭାବେ ନଭେମ୍ବର ୯ ତାରିଖରେ ଜଷ୍ଟିସ୍ ଚନ୍ଦ୍ରଚୂଡ ଶପଥ ନେବେ। ତାଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ଗୋଟିଏ ଦିନ ରହିବ । ୨୦୨୪ ନଭେମ୍ବର ୧୦ ତାରିଖରେ ସେ ଅବସର ନେବେ।