ରାଜଧାନୀରେ ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା
ରାଜଧାନୀରେ ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା । କମିଶନରେଟ୍ ପୁଲିସ୍ ଏ ନେଇ ନିର୍ଦ୍ଦେଶାବଳୀ ଜାରି କରିଛି । ଦୀପାବଳି ରାତିରେ ମାତ୍ର ୨ ଘଣ୍ଟା ପାଇଁ ବାଣ ଫୁଟାଇବାକୁ ଅନୁମତି ମିଳିଛି । ଲୋକେ ରାତି ୮ଟାରୁ ୧୦ ମଧ୍ୟରେ ବାଣ ଫୁଟାଇବାକୁ କୁହାଯାଇଛି । ଏହା ପରେ କିମ୍ବା ପୂର୍ବରୁ ବାଣ ଫୁଟାଉଥିବା ନଜରକୁ ଆସିଲେ, ସଂପୃକ୍ତ ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରାଯିବ।