ନଭେମ୍ବର ୨୩ରୁ ୩୦ ମାଟ୍ରିକ ସମ୍ମେଟିଭ୍ ଆସେସମେଣ୍ଟ-୧
କଟକ: ନଭେମ୍ବର ୨୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍ ସମ୍ମେଟିଭ୍-୧ ପରୀକ୍ଷା । ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ଫର୍ମ ଫିଲଅପ୍ କରିଛନ୍ତି । ୩୦୨୯ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହେବ । ସେହିପରି ୩୧୬ ନୋଡାଲ ସେଣ୍ଟର ପ୍ରଶ୍ନପତ୍ର କଡ଼ା ସୁରକ୍ଷାରେ ରହିବ । ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ୍ କେହି ବି ନେଇପାରିବେ ନାହିଁ । ପରୀକ୍ଷାର୍ଥୀ କେବଳ ପେନ୍ ଓ ଆଡମିଟ କାର୍ଡ ବ୍ୟତୀତ ଅନ୍ୟ କିଛି ନେବେନି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।
ରାଜ୍ୟର ୩ ହଜାର ୨୯ଟି କେନ୍ଦ୍ରରେ ପରୀକ୍ଷା ହେବ । ନଭେମ୍ବର ୨୩ରୁ ୩୦ ତାରିଖ ପର୍ଯ୍ୟନ୍ତ ସମ୍ମେଟିଭ୍ ପରୀକ୍ଷା ଚାଲିବ । ଏନେଇ ବୋର୍ଡ ସଭାପତି ରାମାଶିଷ ହାଜରା ପ୍ରେସମିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି । ଆଜିଠାରୁ ଆଡମିଟ୍ କାର୍ଡ ନେଇପାରିବେ ଛାତ୍ରଛାତ୍ରୀ । ବୋର୍ଡ ଓ୍ବେବସାଇଟରୁ ଆଜିଠୁ ଛାତ୍ରଛାତ୍ରୀ ଡାଉନଲୋଡ କରିପାରିବେ । ଦିନ ୧୦ଟାରୁ ୧୨ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା ।