ବିଜୟପଥେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ୧୪ତମ ରାଉଣ୍ଡ ସୁଦ୍ଧା ବହୁ ଆଗରେ
ଆଗେଇ ଚାଲିଛନ୍ତି ସୂର୍ଯ୍ୟବଂଶୀ ସୂରଜ । ଚାଲିଛି ଭାଗ୍ୟ ପରୀକ୍ଷା । ଧାମନଗର ଉପନିର୍ବାଚନରେ ଫଳାଫଳ ଘୋଷଣା ଜାରି ରହିଛି । ମୋଟ ୧୪ଟି ରାଉଣ୍ଡ ଗଣତି ଶେଷ ହୋଇଛି । ପ୍ରଥମରୁ ବିଜେପି ପ୍ରାର୍ଥୀ ଆଗରେ ରହିଛନ୍ତି । ୧୪ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୭୬୬୧ ଭୋଟରେ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୋଟ ୬୩,୦୩୧ଭୋଟ ମିଳିଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ପାଇଛନ୍ତି ୫୫,୩୭୦। ସେହିଭଳି କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ୨୬୦୨ ଏବଂ ସ୍ବାଧୀନ ପ୍ରାର୍ଥୀ ରାଜୁ ଦାସ ୭୧୭୨ ଭୋଟ ପାଇଛନ୍ତି ।
ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ୩୧,୧୦୮ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡିର ଅବନ୍ତୀ ଦାସ ୨୫,୯୦୮ ଖଣ୍ଡ ଭୋଟ୍ ପାଇଥିଲେ। ପ୍ରଥମ ରାଉଣ୍ଡରୁ ସୂରଜ ସୂର୍ଯ୍ୟବଂଶୀ ଆଗରେ ରହିଛନ୍ତି। ପ୍ରଥମ ରାଉଣ୍ଡରେ ୭୭୯, ଦ୍ୱିତୀୟ ରାଉଣ୍ଡରେ ୧୩୭୯, ତୃତୀୟ ରାଉଣ୍ଡରେ ୨୦୩୩, ଚତୁର୍ଥ ରାଉଣ୍ଡରେ ୩୨୬୧, ପଞ୍ଚମ ରାଉଣ୍ଡରେ ୩୫୭୨ ଓ ଷଷ୍ଠ ରାଉଣ୍ଡରେ ୪୩୯୨ ଖଣ୍ଡ ଭୋଟ୍ରେ ଆଗରେ ରହିଥିଲେ ସୂର୍ଯ୍ୟବଂଶୀ।