ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି

ଭୁବନେଶ୍ବର: ଆଉ ଦୁଇଦିନ ପରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୧୦ ତାରିଖରେ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବା ପରେ ଏହା ପ୍ରଥମ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ । ରାଷ୍ଟ୍ରପତି ସିଂହଦ୍ୱାର ଦେଇ ପ୍ରବେଶ କରିବା ପରେ ମହାପ୍ରଭୁଙ୍କୁ ଗର୍ଭଗୃହରୁ ଦର୍ଶନ କରିବେ । ପରେ ମାଆ ବିମଳା ଓ ମହାଲକ୍ଷ୍ମୀଙ୍କ ମନ୍ଦିରକୁ ଯାଇ ଦର୍ଶନ କରିବେ । ଏହାପରେ ଆନନ୍ଦବଜାରରେ ଯାଇ ମହାପ୍ରସାଦ ଖାଇବାର ବ୍ୟବସ୍ଥା ରହିଛି । ସେପଟେ ତାଙ୍କର ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ କଡାକଡି କରାଯାଇଛି ।