ପୁରୀରେ ଖୋଲିବ ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ ବିଭାଗ
ପୁରୀରେ ଖୋଲିବ ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ ବିଭାଗ ବା ଏଏସଆଇର ନୂଆ ସର୍କଲ ମୁଖ୍ୟାଳୟ । କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଏହି ନିଷ୍ପତି ନେଇଛି । ଟ୍ୱିଟ୍ କରି କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ବାବଦରେ ସୂଚନା ଦେଇଛନ୍ତିି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଏସଆଇ କେନ୍ଦ୍ରୀୟ ସଂରକ୍ଷିତ ଐତିହ୍ୟ ଓ କୀତିରାଜର ସଂରକ୍ଷଣ ଏବଂ ରକ୍ଷଣାବେକ୍ଷଣ କରିଥାଏ ।କେନ୍ଦ୍ରମନ୍ତ୍ରୀ କହିଛନ୍ତି ରାଜ୍ୟର ଗୌରବମୟ ସଂସ୍କୃତି ଓ ଐତିହ୍ୟକୁ ସୁରକ୍ଷିତ ଏବଂ ସଂରକ୍ଷଣ କରିବା ଦିଗରେ ପୁରୀ ଠାରେ ନୂତନ ମୁଖ୍ୟ କାର୍ଯ୍ୟାଳୟ ସ୍ଥାପନ ନିଷ୍ପତ୍ତି ଏକ ବଡ଼ ପଦକ୍ଷେପ । ରାଷ୍ଟ୍ରପତି ହେବା ପରେ ମହାମହିମ ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡ଼ିଶା ଗସ୍ତ ବେଳେ ଏହି ପଦକ୍ଷେପ ସ୍ୱାଗତଯୋଗ୍ୟ । ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି କିଷାନ ରେଡ୍ଡୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ୨୦୧୩ ମସିହାରେ ତତ୍କାଳୀନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ପୁରୀ ଗସ୍ତରେ ଆସିଥିବା ବେଳେ ତତ୍କାଳୀନ ଶ୍ରୀ ଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ରାଷ୍ଟ୍ରପତିଙ୍କୁ ଭେଟି ରାଜ୍ୟ ସରକାରଙ୍କ ଦାବି ବିଷୟରେ ଜଣାଇଥିଲେ । ପ୍ରଣବ ମୁଖାର୍ଜୀ ଏନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ।