ଆଜି ପଦ୍ମପୁର ଉପନିର୍ବାଚନ ପାଇଁ ସବୁ ପ୍ରାର୍ଥୀ ଦାଖଲ କରିବେ ପ୍ରାର୍ଥୀପତ୍ର
ଆଜି ପଦ୍ମପୁର ଉପନିର୍ବାଚନର ନାମାଙ୍କନ ଦାଖଲର ଅନ୍ତିମ ଦିବସ ହୋଇଥିବାରୁ ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡ଼ି, ବିଜେପି ଏବଂ କଂଗ୍ରେସ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ।
ପ୍ରକାଶ ଥାଉକି, ବରଗଡ଼ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନ ପାଇଁ ଆସନ୍ତା ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ଵର ୧୭ରେ ଅର୍ଥାତ ଆଜି ନାମାଙ୍କନ ଦାଖଲର ଶେଷ ଦିନ ଥିବାବେଳେ ୧୮ରେ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ରହିଛି । ସେହିଭଳି ନଭେମ୍ବର ୨୧ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବାବେଳେ ଚୁଡ଼ାନ୍ତ ତାଲିକା ପ୍ରକାଶ ପାଇବ। ଡିସେମ୍ବର ୫ରେ ନିର୍ବାଚନ ହେବାକୁ ଥିବାବେଳେ ୮ତାରିଖରେ ଭୋଟ ଗଣତି ହେବ।