ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ

ଭୁବନେଶ୍ବର : ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । ଆଜି ଉତ୍ସବରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାଂସଦ ଅଚ୍ୟୁତ ସାମନ୍ତ ଓ ଡିଆର୍‌ଡିଓର ଏରୋନେଟିକାଲ ସିଷ୍ଟମ୍ସ(ଏଏସ୍‌)ର ମହାନିର୍ଦ୍ଦେଶକ ତଥା ବୈଜ୍ଞାନିକ ଟେସି ଥୋମାସ୍‌ଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରି ପ୍ରଦାନ କରାଯାଇଛି। ଏଥିସହ ୨୦୨୧-୨୨ ଶିକ୍ଷାବର୍ଷ ଲାଗି ୧୬୩ଜଣଙ୍କୁ ପିଏଚ୍‍ଡି ଡିଗ୍ରି, ୯୯ଜଣଙ୍କୁ ସ୍ୱର୍ଣ୍ଣପଦକ, ଜଣେ ଲେଖାଏଁ ଛାତ୍ରଛାତ୍ରୀଙ୍କୁ ଡି. ଏସ୍‌ସି ଓ ଡି.ଲିଟ୍‌ ଡିଗ୍ରି ମିଳିବ।

ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।