ମୋଦୀଙ୍କ ମା’ ହୀରାବେନ୍‌ ମୋଦୀଙ୍କ ପରଲୋକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ୍‌ ମୋଦୀଙ୍କ ପରଲୋକ ହୋଇଛି। ଅହମଦାବାଦର ୟୁଏନ୍‌ ମେହଟା ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ମା’ଙ୍କ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ନିଜେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଶେଷଯାତ୍ରାରେ ମା ହୀରାବେନ ଯାଉଥିବା ବେଳେ ସାମିଲ ହୋଇଛନ୍ତି ମୋଦି । କୋକେଇକୁ କାନ୍ଧେଇ ନେଇଯାଇଥିଲେ ମୋଦି ।

ସେ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି, ‘‘ଈଶ୍ୱରଙ୍କ ଚରଣରେ ଏକ ଗୌରବମୟ ଶତାବ୍ଦୀର ଅବସାନ ଘଟିଛି। ମା’ଠାରେ ମୁଁ ସବୁବେଳେ ଏହି ତ୍ରିମୂର୍ତ୍ତିକୁ ଅନୁଭବ କରିଛି। ଯେଉଁଠି ଏକ ତପସ୍ବୀର ଯାତ୍ରା, ନିଷ୍କାର୍ମ କର୍ମଯୋଗୀର ପ୍ରତୀକ ଏବଂ ମୂଲ୍ୟବୋଧ ପ୍ରତି ପ୍ରତିବଦ୍ଧ ଜୀବନ ସମାହିତ ହୋଇଛି।’’