ଆଶାରାମ ବାପୁଙ୍କ ବିରୋଧରେ ଦଣ୍ଡ ଘୋଷଣା କୋର୍ଟ

ଆଶାରାମ ବାପୁଙ୍କ ବିରୋଧରେ ଦଣ୍ଡ ଘୋଷଣା କୋର୍ଟ ।  ଆଶାରାମ ବାପୁଙ୍କ ବିରୋଧରେ ଆଜି ଦଣ୍ଡ ଘୋଷଣା କରିବେ ଗାନ୍ଧିନଗର କୋର୍ଟ । ୨୦୧୩ ଦୁଷ୍କର୍ମ ମାମଲାରେ କୋର୍ଟ ଆଜି କରିବେ ଦଣ୍ଡ ଘୋଷଣା ।  ଦୌରାଜଜଙ୍କ ରାୟକୁ ଗୁଜରାଟ ହାଇକୋର୍ଟରେ ଚାଲେଞ୍ଜ କରାଯିବ ବୋଲି କହିଛନ୍ତି ଆଶାରାମଙ୍କ ଓକିଲ । ଅଭିଯୋଗ ଅନୁସାରେ ୨୦୦୧ରୁ ୨୦୦୬ ମଧ୍ୟରେ ଅହମ୍ମଦାବାଦର ମୋଟେରା ଅନ୍ତର୍ଗତ ଆଶ୍ରମରେ ସୁରଟର ଜଣେ ଶିଷ୍ୟାଙ୍କୁ ଗଡମ୍ୟାନ ଆଶାରାମ ଦୁଷ୍କର୍ମ କରିଥିଲେ । ଏନେଇ ସେ ଆଶାରାମ ଓ ଅନ୍ୟ ୬ ଜଣଙ୍କ ବିରୋଧରେ ସେ ୨୦୧୩ ଅକ୍ଟୋବର ୬ ତାରିଖରେ ଅହମ୍ମଦାବାଦର ଚାନ୍ଦଖେଦା ଥାନାରେ ଏତଲା ଦାୟର କରିଥିଲେ ।