ଗୋପାଳର ହେବ ନାର୍କୋ ଟେଷ୍ଟ

ଝାରସୁଗୁଡା: ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସର ନାର୍କୋ ଟେଷ୍ଟ ହେବ । ଏହା ସହ କୋର୍ଟ ଗୋପାଳକୁ  ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ।  ଗୋପାଳକୁ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ଆବେଦନ କରିଥିବାବେଳେ ଜେଏଫଏମସି କୋର୍ଟ ଅନୁମତି ଦେଇଛନ୍ତି ।  ଗୋପାଳର ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ମିଳିଛି ।