OdishaPolitics ନବ ଦାସ ହତ୍ୟା ମାମଲାରେ ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି On Feb 22, 2023 ଭୁବନେଶ୍ବର : ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ନବ ଦାସ ହତ୍ୟା ମାମଲା ସଂକ୍ରାନ୍ତୀୟ ବିବୃତି ରଖିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ପ୍ରସଙ୍ଗରେ ବିଜେପିର ଆଭିମୁଖ୍ୟକୁ ନିନ୍ଦା କରିଛନ୍ତି । ନିଜ ବିବୃତିରେ ମୁଖ୍ୟମନ୍ତ୍ରୀ ଘଟଣାର ରାଜନୀତୀକରଣ କରାଯାଉଥିବା ନେଇ କ୍ଷୋଭ ପ୍ରକାଶ କରିବା ସହ ବିଜେପି ଉପରେ ବର୍ଷିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତିରେ କହିଥିଲେ ଯେ ଏହା ଅତ୍ୟନ୍ତ ଦୁଃଖଦାୟକ କି ପୂର୍ବତନ ମନ୍ତ୍ରୀଙ୍କ ହତ୍ୟାକାରୀ ଜଣେ ପୁଲିସ ଅଧିକାରୀ। ତେବେ ଏହି କାରଣରୁ ବିଜେପି ପକ୍ଷରୁ ସମଗ୍ର ପୁଲିସ ବାହିନୀକୁ ଯେଭଳି ଆକ୍ଷେପ କରାଯାଇ ମନ୍ତବ୍ୟ ଦିଆଯାଉଛି ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। Share