ଶୌଚାଳୟରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀରେ ଏକ ଶୌଚାଳୟରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଲୋକେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଗାଡ଼କଣା ନିଉ ଆବାସ କଲୋନିର କେଳୁଚରଣ ପାର୍କ ସମ୍ମୁଖରେ ଥିବା ଏକ ଶୌଚାଳୟରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ। ଏହାପରେ ସେମାନେ ପୁଲିସକୁ ଖବର ଦେଇଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।ଖବର ପାଇ ଚନ୍ଦ୍ରଶେଖରପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ଝୁଲନ୍ତା ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ଲାଗି କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ମୃତ ମହିଳା ହେଲେ ଝିଲି ବେହେରା। ତେଣେ ଏହା ଆତ୍ମହତ୍ୟା ନୁହେଁ, ବରଂ ହତ୍ୟା ବୋଲି ମହିଳାଙ୍କ ବାପ ଘରଲୋକେ ଅଭିଯୋଗ ଆଣିଛନ୍ତି। ଏ