ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୩୦୦ ଉପରେ

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦% ବୃଦ୍ଧି ପାଇ ୫,୩୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୩୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଗତ ୨୪ ‌ଘଣ୍ଟାରେ ୧୩ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୯୨୯କୁ ବୃଦ୍ଧି ପାଇଛି।