ସୁଦାନରେ ସଂଘର୍ଷ ଜାରି ରହିଛି ଓ ମୃତ୍ୟୁସଂଖ୍ୟା ୨୭୦ ଟପିଯାଇଛି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ସୁଦାନର ସଦ୍ୟତମ ସ୍ଥିତି କୁ ନେଇ ୟୁଏଇ ଏବଂ ସାଉଦି ଆରବରେ ଥିବା ତାଙ୍କ ପ୍ରତିପକ୍ଷଙ୍କ ସହ କଥା ହୋଇଛନ୍ତି। ଏହି ସବୁ ଦେଶ ସୁଦାନରୁ ନିଜ ନାଗରିକଙ୍କୁ ସ୍ଥାନାନ୍ତର କରିବା ଆହ୍ୱାନର ସମ୍ମୁଖୀନ ହେଉଛନ୍ତି । ଗତ ୧୪ ତାରିଖରୁ ସୁଦାନରେ ଆରମ୍ଭ ହୋଇଥିବା ହିଂସାରେ ଏପର୍ଯ୍ୟନ୍ତ ୨୭୦ରୁ ଅଧିକ ଲୋକ ପ୍ରାଣ ହରାଇସାରିଲେଣି । କ୍ଷମତା କୁ ନେଇ ସେଠାକାର ସେନା ଓ ଅର୍ଦ୍ଧସାମରିକ ବାହିନୀ ରାପିଡ୍ ସପର୍ଟ ଫୋର୍ସ ମଧ୍ୟରେ ସଂଘର୍ଷ ଚାଲିଛି । ଫସି ରହିଥିବା ଭାରତୀୟ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ଭାରତ ସରକାର ଉଦ୍ୟମ ଚଳାଇଛନ୍ତି । ଏଥିପାଇଁ ସରକାର ଆମେରିକା, ବ୍ରିଟେନ, ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ ସହ ଯୋଗାଯୋଗରେ ଅଛନ୍ତି ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Next Post