ନୂଆଦିଲ୍ଲୀ: ଡଲାରର ଦବଦବାକୁ ଏବେ ମୁକାବିଲା କରିବ ଟଙ୍କା । ଅନେକ ଦିନ ପରେ ଭାରତୀୟ ମୁଦ୍ରା ଟଙ୍କା ଅନ୍ତର୍ଜାତୀୟ ମୁଦ୍ରା କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ଡଲାର, ପାଉଣ୍ଡ ଏବଂ ୟୁରୋ ପରେ ବୈଶ୍ବିକ ସ୍ତରରେ ମୁଦ୍ରା ବିନିମୟ କାଉଣ୍ଟରରେ ଭାରତୀୟ ଟଙ୍କା ଚତୁର୍ଥ ଅନ୍ତର୍ଜାତୀୟ ମୁଦ୍ରା ହୋଇଛି। ବିଶ୍ବରେ ୧୭ ଦେଶ ଭାରତୀୟ ମୁଦ୍ରାରେ ବ୍ୟବସାୟ କରୁଛନ୍ତି। ୟୁକେ, ମାଲେସିଆ, ରୁଷ, ସିଙ୍ଗାପୁର, ନ୍ୟୁଜିଲ୍ୟାଣ୍ଡ୍, ଶ୍ରୀଲଙ୍କା, ମିଆଁମାର, ବୋତ୍ସୱାନା, ଇସ୍ରାଏଲ, ଫିଜି, ଓମାନ, ଜର୍ମାନୀ, କେନିଆ, ଗୁଏନା, ମରିସସ୍, ସିଚେଲ୍ସ ଏବଂ ତାଞ୍ଜାନିଆ ସାମିଲ୍ ରହିଛନ୍ତି। ଯଦି ଭାରତୀୟ ମୁଦ୍ରା ‘ଟଙ୍କା’ ବିଶ୍ବର ୩୦ରୁ ଅଧିକ ଦେଶଙ୍କ ସହ ବ୍ୟବସାୟ କରେ ଏହାକୁ ଅନ୍ତର୍ଜାତୀୟ ବ୍ୟାବସାୟିକ ମୁଦ୍ରା ଘୋଷଣା କରାଯାଇପାରେ। ତେବେ ୟୁରୋପୀୟ ଦେଶମାନେ ଟଙ୍କାକୁ ନେଇ ଆଗ୍ରହ ପ୍ରକାଶ କରୁଥିବା ଦେଖାଯାଉଛି । ଆଗାମୀ କିଛି ବର୍ଷରେ ଟଙ୍କାକୁ ଆହୁରି ଅନେକ ଦେଶ ବ୍ୟବସାୟ ବେଳେ ବିନିମୟ ପାଇଁ ବ୍ୟବହାର କରିବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ