ଭୁବନେଶ୍ୱର ଠାରେ ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ” ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶାର ଭୂମିରେ କଳା, ସାହିତ୍ୟ, ସଂସ୍କୃତି ଓ ବାଣିଜ୍ୟରେ ଦକ୍ଷତାର ପରାକାଷ୍ଠା ରହିଛି ।  ଭୁବନେଶ୍ୱର ସ୍ଥିତ ଆଇଏମଏମଟି ପରିସରରେ ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ”ର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଅବସରରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ “ଭବିଷ୍ୟତ କାର୍ଯ୍ୟଶୈଳୀରେ ଗହନ ପ୍ରଯୁକ୍ତି ସହ ଆଧୁନିକ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ” କଥାବସ୍ତୁ ଉପରେ ଆୟୋଜିତ ସମ୍ମିଳନୀରେ ସମ୍ବୋଧନ କରିଥିଲେ । ସେ କହିଛନ୍ତି ଯେ ବିଶ୍ୱ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି ।

ଭବିଷ୍ୟତର କାର୍ଯ୍ୟଶୈଳୀ ପାଇଁ ଆମର ଯୁବଶକ୍ତିଙ୍କୁ ନିଯୁକ୍ତିଦାତା ସୃଷ୍ଟି କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ କଳ୍ପନା ରହିଛି । ଆଗାମୀ ଦିନରେ ୨୦୪୭ ସୁଦ୍ଧା ବିଶ୍ୱର ଯୁବବର୍ଗଙ୍କ ସଂଖ୍ୟାରେ ୨୫ ପ୍ରତିଶତ ଯୁବବର୍ଗ ଭାରତର ରହିବ । ଆଗାମୀ ୨୫ ବର୍ଷର ଅମୃତ କାଳରେ ଡିଗ୍ରୀ ନୁହେଁ ଦକ୍ଷତା ଓ ସାମର୍ଥ୍ୟ ହିଁ ଗୁରୁତ୍ୱ ବହନ କରିବ । ତେଣୁ ଏହି ସମୟରେ ଆଗାମୀ ଦିନର କାର୍ଯ୍ୟଶୈଳିର ରୂପରେଖ ଅନୁସାରେ ଦେଶର ଯୁବ ସମ୍ବଳ ପ୍ରସ୍ତୁତ କରିବାକୁ ହେବ । ଏ ଦିଗରେ ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ବୈଠକ ବିଶେଷ ଭାବରେ ସହାୟକ ହେବ ।

ବିଶ୍ୱର ପରିବର୍ତ୍ତନ ସହ ତାଳ ଦେବାକୁ ଦକ୍ଷତା ବିକାଶ ନିତ୍ୟାନ୍ତ ଆବଶ୍ୟକ । ଦକ୍ଷତା ବିକାଶ ଉପରେ ପ୍ରଧାନମନ୍ତ୍ରୀ ମୋଦି ସର୍ବଦା ଗୁରୁତ୍ୱ ଦେଇଛନ୍ତି ।