ଶ୍ରୀଜଗନ୍ନାଥ ମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତି
ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ନିଯୁକ୍ତି । ସୁପ୍ରିମକୋର୍ଟଙ୍କ ଛାଟ ପରେ ରାଜ୍ୟ ସରକାରଙ୍କ ଚେତା ପଶିଛି ଓ ପୁରୀ ଶ୍ରୀମନ୍ଦିରର ସ୍ଥାୟୀ ମୁଖ୍ୟ ପ୍ରଶାସକ ଭାବେ ଜଣେ ଅଫିସରଙ୍କୁ ଆଜି ନିଯୁକ୍ତି ଦେଇଛନ୍ତି । ରାଜ୍ୟ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ୱତନ୍ତ ସଚିବ ତଥା ନିର୍ଦ୍ଦେଶକ ୨୦୦୭ ବ୍ୟାଚ୍ ଆଇଏଏସ ରଞ୍ଜନ କୁମାର ଦାସଙ୍କୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ବଦଳି ହୋଇଛି ।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଶ୍ରୀ ଦାସ ଆଇଏଏସ୍ କ୍ୟାଡ଼ରରେ ସ୍ୱତନ୍ତ୍ର ସଚିବ ପାହ୍ୟାର ସୁବିଧାସୁଯୋଗ ହାସଲ କରିବେ ।