ମେ ମାସରେ ଲଘୁଚାପ ହେବାର ସମ୍ଭାବନା ରହିଛି

ଭୁବନେଶ୍ୱର : ମେ ମାସରେ ଲଘୁଚାପ ହେବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବର ସମ୍ଭାବନା ରହିଛି । ଉପକୂଳ ଓଡିଶାରେ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ଅବପାତର ରୂପ ନେଇ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ରହିଛି । ଏପ୍ରିଲ ୩୦ରୁ ବର୍ଷା ଆରମ୍ଭ ହେବ ବୋଲି ପୂର୍ବାନୁମାନ କରାଯାଉଛି ।