୭ରେ ଲଘୁଚାପ

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୭ ତାରିଖ ଆଡ଼କୁ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଧୀରେ ଧୀରେ ଏହା ଅଧିକ ଘନୀଭୂତ ହୋଇ ୮ ତାରିଖ ସୋମବାର ସୁଦ୍ଧା ଅବପାତର ରୂପ ‌ନେବ। ଏହାପରେ ଅବପାତଟି ଆହୁରି ଘନୀଭୂତ ହେବ ଓ ବାତ୍ୟା ରୂପରେ ଉତ୍ତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା ଆଦି ଜିଲ୍ଲାର କିଛି ସ୍ଥାନ‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ହେତୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଓଡ଼ିଶାରେ ବାତ୍ୟା ହେବ କି ନାହିଁ ସେନେଇ ଏଯାଏ କୌଣସି ସ୍ପଷ୍ଟ ସୂଚନା ନାହିଁ। ଲଘୁଚାପ ପରେ ବାତ୍ୟା ନେଇ ସ୍ପଷ୍ଟତା ଆସିବ।  ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଯେଉଁ ସୂଚନା ଦିଆଯାଇଥିଲା, ଆଜି ତାହା କାୟମ ରହିଛି।ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଜଣାପଡିବ ଗତିପଥ ଓ ତୀବ୍ରତା।