Odisha ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ On May 10, 2023 ଭୁବନେଶ୍ୱର: ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ଓ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀଠାରେ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନରେ ଦିଲ୍ଲୀ ବାହାରିବେ ମୁଖ୍ୟମନ୍ତ୍ରୀ । ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଓଡ଼ିଶା ଫେରିବେ। ଓଡ଼ିଶା ପ୍ରସଙ୍ଗରେ କିଛି ଆଲୋଚନା କରିବେ । ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବା ସମ୍ଭାବନା ରହିଛି। ରାଜ୍ୟପାଇଁ ବକେୟା ଅର୍ଥ ଓଡ଼ିଶାକୁ ତୁରନ୍ତ ଦେବାକୁ ଦାବି କରିବେ। ବିଭିନ୍ନ ପ୍ରସଙ୍ଗକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଦରବାରରେ ଉଠାଇ ରାଜ୍ୟ ପାଇଁ ହକ୍ ମାଗିବେ। ତେବେ ଜାତୀୟସ୍ତରରେ ରାଜନୈତିକ ସମୀକରଣ ବଦଳୁଥିବା ବେଳେ ନବୀନଙ୍କ ଦିଲ୍ଲୀଗସ୍ତ ବେଶ ଗୁରୁତ୍ବ ରଖିବ ବୋଲି ସମୀକ୍ଷକ କହିଛନ୍ତି। Share