ଓଡ଼ିଶାରେ ପହଁଚିଲେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ

 କଟକ: ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ ।  ଆଜି ପୂର୍ବାହ୍ନରେ ଓଡ଼ିଶାରେ ଆସି ପହଁଚିଛନ୍ତି  ଡକ୍ଚର ମୋହନ ଭାଗବତ ।   ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିଛନ୍ତି।କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଡକ୍ଟର ଭାଗବତଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । କଟକରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବନାହିଁ। ଏହି ପ୍ରବାସ କେବଳ ସାଙ୍ଗଠନିକ କାର୍ଯ୍ୟ ପାଇଁ ଉଦ୍ଧିଷ୍ଟ। ଓଡ଼ିଶା ଗସ୍ତ ସାରି ୧୫ ତାରିଖରେ ମୋହନ ଭାଗବତ ଫେରିଯିବେ ବୋଲି ସୂଚନା ମିଳିଛି।