ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ ପାଇଁ ଓଡ଼ିଶାରେ ପହଞ୍ଚିଲେ ବିଦେଶୀ ପ୍ରତିନିଧି
ଜି୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକରେ ଅଂଶଗ୍ରହଣ କରିବା ଲାଗି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏଥିପୂର୍ବରୁ ମଧ୍ୟପ୍ରଦେଶର ଖଜୁରୋହୋ ଠାରେ ପ୍ରଥମ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଆୟୋଜିତ ହୋଇଥିଲା । ଏହାପରେ ଦୁଇ ମାସ ଧରି ବିଶେଷଜ୍ଞମାନଙ୍କ ଦ୍ୱାରା ବୈଶ୍ୱିକ ବିଷୟବସ୍ତୁ ଉପରେ ଆଧାରିତ ୱେବିନାରରେ ବ୍ୟାପକ ବିଚାରବିମର୍ଶ କରାଯାଇଥିଲା । ଏଥିରୁ ପ୍ରାପ୍ତ ପରିଣାମକୁ ଆଗକୁ ବଢ଼ାଇବା ଉପରେ ଦ୍ୱିତୀୟ ସଂସ୍କୃତି କାର୍ଯ୍ୟଗୋଷ୍ଠୀରେ ଲକ୍ଷ୍ୟ ନିର୍ଦ୍ଧାରଣ କରାଯାଇଛି । ଏହି ବୈଠକରେ ଚାରିଟି ପ୍ରାଥମିକତା କ୍ଷେତ୍ର ଯଥା : ସାଂସ୍କୃତିକ ସମ୍ପତ୍ତିର ସଂରକ୍ଷଣ ଏବଂ ପୁନଃପ୍ରତିଷ୍ଠା; ଦୀର୍ଘସ୍ଥାୟୀ ଭବିଷ୍ୟତ ପାଇଁ ଜୀବନ୍ତ ଐତିହ୍ୟର ଉପଯୋଗ; ସଂସ୍କୃତି ଏବଂ ସୃଜନଶୀଳ ଉଦ୍ୟୋଗ ଓ ଅର୍ଥବ୍ୟବସ୍ଥାର ପ୍ରୋତ୍ସାହନ; ଏବଂ ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ଡିଜିଟାଲ ପ୍ରଯୁକ୍ତିର ଉପଯୋଗ ଉପରେ ଧ୍ୟାନ ଦିଆଯିବ ।