Odisha କଲେଜ ପିଲାଙ୍କୁ ମାଗଣା ଓ୍ବାଇ ଫାଇ On May 25, 2023 ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗର ସମୀକ୍ଷା ବୈଠକ ପରେ ଆସନ୍ତା ଶିକ୍ଷା ବର୍ଷରୁ ରାଜ୍ୟର ସବୁ କଲେଜ, ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ଓ୍ବାଇଫାଇ ଓ ଓ୍ବାନ ଜିବି ଡାଟା ବୋଲି ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ। ମାଗଣା ଓ୍ବାନ ଜିବି ଡାଟା ମିଳିବ । ୨୦୦୦ ମସିହାରେ ରାଜ୍ୟରେ ମାତ୍ର ୫୪୮ ଯୁକ୍ତ ତିନି କଲେଜ ଥିଲା, ଏବେ ଏହା ୧୦୨୪ରେ ପହଞ୍ଚିଛି। ସେହିପରି ବିଶ୍ଵବିଦ୍ୟାଳୟ ୬ରୁ ୨୫ରେ ପହଞ୍ଚିଛି। ୨୦୦୦ ମସିହାରେ ୩.୨ ଲକ୍ଷ ଛାତ୍ରଛାତ୍ରୀ ଯୁକ୍ତ ତିନିରେ ନାଁ ଲେଖାଇ ଥିବା ବେଳେ ୨୦୨୩ରେ ଏହା ୬.୫ ଲକ୍ଷ ହୋଇଛି। ଏବେ ଓଡ଼ିଶାରେ ଏକ ଜିବି ଡାଟାକୁ ହାରାହାରି 15 ଟଙ୍କା ପଡ଼ୁଛି । Share