ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ରେଡ୍‌

ଯୋଡ଼ା  : ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଉିଯୋଗରେ ଏହି ରେଡ୍ ହେଉଥିବା ଜଣାପଡ଼ିଛି। ଆୟ ବିଭାଗର ୨ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି।