ମୃତକଙ୍କ ପରିବାରକୁ ୫ ଲକ୍ଷ : ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ବର: ବାହାନଗାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କାର କ୍ଷତିପୂରଣ । ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ସେ ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି । ଏହାସହ ସମସ୍ତ ଆହତଙ୍କ ଚିକିତ୍ସା ମାଗଣାରେ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୃତକଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।