୧୨୦୫ ଡାକ୍ତରଙ୍କୁ ନିଯୁକ୍ତିପତ୍ର ଦେଲେ ମୁଖ୍ୟମନ୍ତ୍ରୀ

୧୨୦୫ ଜଣ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାକୁ ଏହା ଏକ ଅଭିନବ ଉଦ୍ୟମ । ନବ ନିଯୁକ୍ତ ଜୁନିୟର ଡାକ୍ତରଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସ୍ବାସ୍ଥ୍ୟ ସେବାରେ ନିଜକୁ ସାମିଲ କରିଥିବାରୁ ସମସ୍ତଙ୍କୁ ସ୍ବାଗତ କଲେ । ଏହା ସ୍ବାସ୍ଥ୍ୟ କ୍ଷେତ୍ରକୁ ଅଧିକ ମଜଭୁତ କରିବ । ଲୋକଙ୍କ ସ୍ବାସ୍ଥ୍ୟର ଯତ୍ନ ନେବା ଆପଣମାନଙ୍କ ଦାୟିତ୍ବ । ୪ ହଜାର ୫୦୦ ମେଡିକାଲ ଅଫିସର ଗତ ବର୍ଷ ନିଯୁକ୍ତି ପାଇଛନ୍ତି । ୫ ହଜାର ୪ ମେଡିକାଲ ଅଫିସରଙ୍କୁ ନିଯୁକ୍ତି ମିଳିଛି । ଆସନ୍ତା ଡିସେମ୍ବର ସୁଦ୍ଧା ସମସ୍ତ ଏମବିବିଏସ ପଦବୀ ପୂରଣ ହେବ ।