ପରିଚୟ ମିଳୁନଥିବା ମୃତଦେହର ନୂଆ ଦିଲ୍ଲୀରେ ହେବ ଡିଏନଏ ଟେଷ୍ଟ

ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାରେ ପରିଚୟ ମିଳୁନଥିବା ମୃତଦେହର ଦିଲ୍ଲୀରେ ହେବ ଡିଏନଏ ଟେଷ୍ଟ । ଅଚିହ୍ନା ଏବଂ ଦ୍ବନ୍ଦ୍ବ ସୃଷ୍ଟି କରୁଥିବା ମୃତଦେହର ଡିଏନଏ ଟେଷ୍ଟ କରାଯିବ । ରିପୋର୍ଟ ଆସିବା ପରେ ପରିବାରକୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଏମ୍ସ ନିର୍ଦ୍ଦେଶକ କହିଛନ୍ତି । ଏମସରେ ଚିହ୍ନଟ ହେଉଥିବା ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନର ହୋଇଛି । ଏମସରେ ଚିହ୍ନଟ ହୋଇନଥିବା ୫୨ଟି ମୃତଦେହର ଡିଏନଏ ସାମ୍ପଲ ନିଆଯାଇଛି । ସେଗୁଡ଼ିକ ଆସନ୍ତାକାଲି ଦିଲ୍ଲୀ ଏମସକୁ ଟେଷ୍ଟ ପାଇଁ ପଠାଯିବ ।