ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୨ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ, ସଂଧ୍ୟାରେ କାଳବୈଶାଖୀ

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୨ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିପାରେ। ଏହି ସମୟରେ ବିଶେଷକରି ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରିଖ ଶୁକ୍ରବାର ଦିନ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଦିନର ତାପମାତ୍ରା ୪୪ ଡିଗ୍ରି ଉପରେ ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।