ଗ୍ୟାସ ଦର ବୃଦ୍ଧି ବିରୋଧରେ ବିଜେଡିର ଧାରଣା

ପୁଣି ବଢିଲା ଗ୍ୟାସ୍‍ ଦର ; ସିଲିଣ୍ଡର ପ୍ରତି ୨୫୦ଟଙ୍କା ବୃଦ୍ଧି

ଭୁବନେଶ୍ୱର:ଗ୍ୟାସ ଦର ବୃଦ୍ଧି ବିରୋଧରେ ବିଜେଡିର ଧାରଣା । ରାଜଭବନ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଧାରଣା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ଉଜ୍ୱଳା ଯୋଜନା ଅନ୍ଧାର ଯୋଜନାରେ ପରିଣତ ହୋଇଛି । ୨୦୧୪ ମସିହାରେ ଯେଉଁ ରନ୍ଧନଗ୍ୟାସ ସିଲିଣ୍ଡର ପିଛା ଦର ୪୧୦ ଟଙ୍କା ଥିଲା ତାହା ଏବେ ୧୧ ଶହ ୩୦ ଟଙ୍କାରେ ପହଞ୍ଚିଛି ।ନଅ ବର୍ଷରେ ଗ୍ୟାସ ଦର ୩ ଗୁଣା ବଢିଗଲାଣି । ଏଭଳି ଦରବୃଦ୍ଧି ତୁରନ୍ତ ପ୍ରତ୍ୟାହାର ଦାବିରେ ବିଜେଡି ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ଦିଆଯିବ । ଯଦି କେନ୍ଦ୍ରସରକାର ଗ୍ୟାସ ଦର ତୁରନ୍ତ ହ୍ରାସ ନକରନ୍ତି ତେବେ ଆଗାମୀ ଦିନରେ ବିଜୁଜନତା ଦଳ ଏହି ପ୍ରତିବାଦ ରାଜ୍ୟର ସମସ୍ତ ଆରଡିସି, ଜିଲ୍ଲାପାଳ, ବ୍ଲକ, ପଞ୍ଚାୟତ ଓ ଗାଁସ୍ତରରେ କରିବ ବୋଲି କହିଛନ୍ତି ଶ୍ରୀମୟୀ ମିଶ୍ର ।