ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ି ଯିବେ ଚତୁର୍ଦ୍ଧାମୂରତି

ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ି ଯିବେ ମହାପ୍ରଭୁ । ତେବେ ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି ।
ଭୋର ୪ଟାରେ ମଙ୍ଗଳ ଆଳତୀ, ଭୋର ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି,‌ ରୋଷହୋମ, ୫ ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫ଟା ୪୫ରୁ ୬ଟା ୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧ଟା ୩୦ ସେନାପଟା ଲାଗି, ୧୧ଟା ୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨ଟା ୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ଘୋଡ଼ା ଲାଗିବା ପରେ ୪ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।