ଆସନ୍ତାକାଲିଠୁ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର:  ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଆସନ୍ତାକାଲିଠୁ ୬ ତାରିଖରେ ଯାଏ ରାଜ୍ୟରେ  ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛ ।