ଅନୁଗୁଳ : ଅନୁଗୁଳ ଜିଲ୍ଲା ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ୍ ଯାଇ ତାଳଚେରରେ ପହଞ୍ଚିବା ପରେ ମା’ ହିଙ୍ଗୁଳାଙ୍କୁ ଦର୍ଶନ କରିଛନ୍ତି । ଏହା ପରେ ମନ୍ଦିର ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ । ନିର୍ମାଣାଧୀନ ମନ୍ଦିରର ନସ୍କା ଦେଖିବା ସହ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ହିଙ୍ଗୁଳା ମନ୍ଦିରର ସୈାନ୍ଦର୍ଯ୍ୟକରଣ କରାଯିବ ବୋଲି କହିଛନ୍ତି । ମନ୍ଦିରକୁ ଆସୁଥିବା ଭକ୍ତମାନଙ୍କ ପାଇଁ ସମସ୍ତ ସୁବିଧା କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଅନ୍ୟ ମନ୍ଦିରଗୁଡ଼ିକର ଉନ୍ନତି ପାଇଁ ଯେଉଁଭଳି ଯୋଜନା ହୋଇଛି, ସେହିଭଳି ଭଲ ଯୋଜନା ମାଆ ହିଙ୍ଗୁଳା ମନ୍ଦିର ପାଇଁ କରାଯିବ । ପରେ ସେଠାରେ ଉପସ୍ଥିତ ଥିବା ଏସଏଚଜି ସଦସ୍ୟା ଓ ସାଧାରଣ ଲୋକଙ୍କ ସହ ଆଲୋଚନା କରିଥିଲେ । ସେମାନଙ୍କଠାରୁ ଦାବିପତ୍ର ଗ୍ରହଣ କରିଥିଲେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର