ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରିବ ଉଚ୍ଚଶିକ୍ଷା ବିଭାଗରେ ପେନ୍ସନ୍ ସେଲ୍
ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗରେ ପେନ୍ସନ୍ ସେଲ୍ ଠିକ୍ ଭାବେ କାର୍ଯ୍ୟ କରିବ। ଏହାଦ୍ବାରା କର୍ମଚାରୀମାନେ ଅବସର ଗ୍ରହଣ କରିବା ଦିନ ହିଁ ସେମାନଙ୍କ ପେନ୍ସନ୍ ପାଇବେ। ସମସ୍ତ ବାକିଥିବା ପେନ୍ସନ୍ କେସ୍ ଗୁଡ଼ିକ ମଧ୍ୟ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଫଇସଲା ହୋଇପାରିବ। ଏଥିସହ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମ ଅନୁଯାୟୀ ସ୍ୱଚ୍ଛତା ଓ ଆନ୍ତରିକତାର ସହ କାର୍ଯ୍ୟ କରିବାକୁ ଉଚ୍ଚଶିକ୍ଷା ବିଭାଗର ଅଧିକାରୀମାନଙ୍କୁ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ନିର୍ଦ୍ଦେଶ ଦେଇଛନ୍ତି।ଗତକାଲି ଶ୍ରୀ ନାୟକ ବିଭାଗୀୟ କାର୍ଯ୍ୟାବଳୀର ସମୀକ୍ଷା କରିଥିଲେ। ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ମହାବିଦ୍ୟାଳୟଗୁଡ଼ିକରେ ଅଧ୍ୟାପକ/ଅଧ୍ୟାପିକା ପଦ ଓ ଶିକ୍ଷାଦାନ ବ୍ୟତୀତ ଅନ୍ୟାନ୍ୟ ପଦଗୁଡ଼ିକ ପୂରଣ ନିମନ୍ତେ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ।