ଭୁବନେଶ୍ବର : ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିବ। ଧଳା ଓ ଘନନୀଳ ବଦଳରେ ଏଣିକି ସେମାନେ ‘ହଣ୍ଟର ଗ୍ରିନ୍’ ରଙ୍ଗର ପୋଷାକ ପିନ୍ଧିବେ। ଛାତ୍ରଙ୍କ ପାଇଁ ଫୁଲ୍ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ ଲାଗି ଚୁଡ଼ିଦାର-ପଞ୍ଜାବୀ ସହ ଜ୍ୟାକେଟ୍ ପୋଷାକ ରହିଛି। ଡ୍ରେସ୍ରେ ଏକ ଲୋଗୋ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ରହିବ। ସପ୍ତାହର ୫ ଦିନ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧିବେ। ଶନିବାର ବିଭିନ୍ନ କ୍ଲବର କାର୍ଯ୍ୟକଳାପ ରହିଥିବାରୁ ଛାତ୍ରଛାତ୍ରୀ ଟି-ସାର୍ଟ ଓ ଟ୍ରାକ୍ ପ୍ୟାଣ୍ଟ ପିନ୍ଧି ବିଦ୍ୟାଳୟକୁ ଆସିବେ। ୧୦୦ରୁ ଅଧିକ ଛାତ୍ରଛାତ୍ରୀ ରହିଥିବା ବିଦ୍ୟାଳୟର ପିଲାମାନେ ୪ଟି ରଙ୍ଗ ଏବଂ ଶହେରୁ ଅଧିକ ପିଲା ରହିଥିଲେ ଦୁଇଟି ରଙ୍ଗର ଡ୍ରେସ୍ ପିନ୍ଧିବେ। ଛାତ୍ରଛାତ୍ରୀଙ୍କ ପାଇଁ କଳା ଜୋତା ଓ ଧଳା ମୋଜା ବାଧ୍ୟତାମୂଳକ ହୋଇଛି। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ହାଇସ୍କଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା-ମୋଜା ମିଳିବ। ପୂର୍ବରୁ କେବଳ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ପୋଷାକ ଓ ଜୋତା-ମୋଜା ପାଉଥିବା ବେଳେ ଏବେ ହାଇସ୍କୁଲ ପିଲାମାନଙ୍କ ପାଇଁ ନୂତନ ଯୋଜନା କାର୍ଯ୍ୟକରୀ କରିବା ଦିଗରେ ରାଜ୍ୟ ସରକାର ଏବର୍ଷଠାରୁ ପଦକ୍ଷେପ ଗ୍ରହଣ କରିଛନ୍ତି। ଜଣେ ଛାତ୍ରଛାତ୍ରୀଙ୍କୁ ବର୍ଷକ ପାଇଁ ୫୫୦ ଟଙ୍କାରେ ଦୁଇହଳ ପୋଷାକ, ୨୦୦ ଟଙ୍କାରେ ହଳେ ଜୋତା ଓ ଦୁଇ ହଳ ମୋଜା, ୧୨୫ ଟଙ୍କାରେ ଗୋଟିଏ ଟି-ସାର୍ଟ ଓ ୧୨୫ ଟଙ୍କାରେ ଗୋଟିଏ ଟ୍ରାକ୍ ପ୍ୟାଣ୍ଟ ଯୋଗାଇ ଦିଆଯିବ। ଜଣେ ପିଲା ପିଛା ମୋଟ ଏକ ହଜାର ଟଙ୍କା ଖର୍ଚ୍ଚ କରିବାକୁ ଧାର୍ଯ୍ୟ ହୋଇଛି। ପିଲାଙ୍କ ପାଇଁ ଆବଶ୍ୟକ ଅର୍ଥ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ସ୍କୁଲ ପରିଚାଳନା କମିଟିର ମିଳିତ ଆକାଉଣ୍ଟକୁ ପଠାଯିବ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା