ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠୁ ଫ୍ରାନସ ଗସ୍ତରେ ଯାଇଛନ୍ତି । ୧୫ ଜୁଲାଇ ୨୦୨୩ ପର୍ଯ୍ୟନ୍ତ ଫ୍ରାନ୍ସ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) କୁ ସରକାରୀ ଗସ୍ତରେ ଯିବେ । ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ୧୩ ରୁ ୧୪ ଜୁଲାଇ ୨୦୨୩ ପ୍ୟାରିସ ଗସ୍ତ କରିବେ । ୧୪ ଜୁଲାଇ ୨୦୨୩ ରେ ବଷ୍ଟିଲ୍ ଡେ ପ୍ୟାରେଡରେ ପ୍ରଧାନମନ୍ତ୍ରୀ ସମ୍ମାନିତ ଅତିଥି ଭାବରେ ଯୋଗଦେବେ ।
#WATCH | PM Narendra Modi departs from Delhi Airport for Paris. pic.twitter.com/7KLi6y5efm
— ANI (@ANI) July 13, 2023
ଯେଉଁଠାରେ ଭାରତୀୟ ସଶସ୍ତ୍ର ବାହିନୀ ପକ୍ଷରୁ ତିନିଟି ଦଳ ଅଂଶଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମାକ୍ରୋନ୍ଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିବେ । ରାଷ୍ଟ୍ରପତି ମାକ୍ରୋନ୍ ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ଏକ ସରକାରୀ ଭୋଜି ସହିତ ଏକ ବ୍ୟକ୍ତିଗତ ରାତ୍ରୀଭୋଜନର ମଧ୍ୟ ଆୟୋଜନ କରିବେ । ପ୍ରଧାନମନ୍ତ୍ରୀ ଫ୍ରାନ୍ସର ପ୍ରଧାନମନ୍ତ୍ରୀଙ୍କ ସହିତ ସିନେଟ ଏବଂ ଫ୍ରାନ୍ସର ନେସନାଲ ଆସେମ୍ଳିର ସଭାପତିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ସେ ଫ୍ରାନ୍ସରରେ ଥିବା ପ୍ରବାସୀ ଭାରତୀୟ, ଭାରତୀୟ ଏବଂ ଫରାସୀ କମ୍ପାନୀର ସିଇଓ ଏବଂ ଫ୍ରାନ୍ସର ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ସହ ପୃଥକ ଭାବରେ ଆଲୋଚନା କରିବେ ।
ଏହା ପରେ ପ୍ରଧାନମନ୍ତ୍ରୀ ଜୁଲାଇ ୧୫ ରେ ଆବୁଧାବି ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ୟୁଏଇର ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ମାନ୍ୟବର ଶେଖ ମହମ୍ମଦ ବିନ୍ ଜାୟେଦ ଅଲ ନାହ୍ୟାନଙ୍କ ସହିତ ଆଲୋଚନା କରିବେ । ଭାରତ-ୟୁଏଇର ବ୍ୟାପକ ରଣନୀତିକ ଭାଗିଦାରୀ କ୍ରମାଗତ ଭାବରେ ମଜବୁତ ହୋଇଛି ଏବଂ ଶକ୍ତି, ଶିକ୍ଷା, ସ୍ୱାସ୍ଥ୍ୟସେବା, ଖାଦ୍ୟ ନିରାପତ୍ତା, ଫିନଟେକ୍, ପ୍ରତିରକ୍ଷା ଏବଂ ସଂସ୍କୃତି ଭଳି ବିଭିନ୍ନ କ୍ଷେତ୍ରରେ ଏହାକୁ ଆଗକୁ ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏକ ସୁଯୋଗ ହେବ ।