ବାଲେଶ୍ବର: ବାହନଗା ଟ୍ରେନ ଟ୍ରାଜେଡି ମାମଲାରେ ଆଉ ୧୦ ଜଣ ରେଳବାଇ କର୍ମଚାରୀଙ୍କୁ ସିବିଆଇର ସମନ ପଠାଇଛି । ଖୁବଶୀଘ୍ର ସେମାନେ ସିବିଆଇରେ ହାଜର ହୋଇ ନିଜର ପକ୍ଷ ରଖିବେ ବୋଲି ଜଣାପଡିଛି।ସେପଟେ ଗିରଫ ତିନି ଅଧିକାରୀ ସିନିୟର ସେକ୍ସନ ଇଂଜିନିୟର ଅରୁଣ ମହାନ୍ତି, ସେକ୍ସନ ଇଂଜିନିୟର ମହମ୍ମଦ ଅମ୍ମୀର ଖାନ ଓ ଟେକ୍ନିସିଆନ ପପୁ କୁମାରଙ୍କର ଆଜି ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ ସେମାନେ ଝାରପଡ଼ା ଜେଲ ଯାଇଛନ୍ତି । ଦ୍ବିତୀୟ ପର୍ଯ୍ୟାୟରେ ମିଳିଥିବା ୪ଦିନିଆ ରିମାଣ୍ଡରେ ଗିରଫ ୩ ରେଳ ଅଧିକାରୀଙ୍କୁ ମାରାଥନ୍ ଜେରା ଚାଲିଥିଲା । ସିଗନାଲିଂ ତ୍ରୁଟି ପାଇଁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ କେଉଁ ପରିସ୍ଥିତିରେ ଏମିତି ହେଲା, ଦୁର୍ଘଟଣା ପରେ କାହିଁକି ପ୍ରମାଣ ନଷ୍ଟ ପାଇଁ ଉଦ୍ୟମ ଚାଲିଥିଲା, ଏହା ପଛରେ ଷଡ଼ଯନ୍ତ୍ର ରହିଛି କି ଆଦି ଅନେକ ଦିଗରୁ ଛାନବିନ କରାଯାଉଛି । ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହଜାତକୁ ଗଲେ ଗିରଫ ତିନି ଅଭିଯୁକ୍ତ । ସେପଟେ ସିନିୟର୍ ସେକ୍ସନ ଇଞ୍ଜିନିୟର ପକ୍ଷରୁ ଜାମିନ ଆବେଦନ ଶୁଣାଣି ଉପରେ ଅଧିକ ସମୟ ମାଗିଛନ୍ତି ତାଙ୍କ ଓକିଲ । ସିବିଆଇ ଦୁଇଟି ପର୍ଯ୍ୟାୟରେ ମୋଟ ୯ ଦିନ ରିମାଣ୍ଡରେ ନେଇ ତିନି ଅଭିଯୁକ୍ତଙ୍କୁ ପଚରା ଉଚରା କରିଥିଲା ।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post
Next Post