ଆସନ୍ତା ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଓଡ଼ିଶାକୁ ଆସୁଛି ବଡ଼ ବର୍ଷା । ଆଗକୁ ରହିଛି ବ୍ୟାକ ଟୁ ବ୍ୟାକ ଲଘୁଚାପ । ଆସନ୍ତା ୧୬ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ନେଇପାରେ ଲଘୁଚାପର ରୂପ ।ଲଘୁଚାପ ସୃଷ୍ଟି ପାଇଁ ପାଗ ଅନୁକୂଳ ହୋଇଛି । ପରବର୍ତ୍ତୀ ସମୟରେ ଏହା ଅବପାତରେ ପରିଣତ ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାର । ପରେ ୧୯ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଏହା ଜୁଲାଇ ୨୧ରେ ଅବପାତର ରୂପ ନେବ ।ଜୁଲାଇ ୨୨ରେ ଗଭୀର ଅବପାତର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଏହା ପ୍ରଭାବରେ ଜୁଲାଇ ୧୮ରୁ ୨୭ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଓଡ଼ିଶା, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶରେ ବର୍ଷିବା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ସେପଟେ ଏବେ ବି ରାଜ୍ୟରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।