ବରିଷ୍ଠ ଓଏସ ସ୍ତରରେ ଅଦଳବଦଳ

ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ ଅଫିସର ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ପଦରୁ ହଟାଇ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ)ର ଜେନେରାଲ ମ୍ୟାନେଜର(ପିଆଣ୍ଡଏ) ଭାବେ ବଦଳି କରାଯାଇଛି । ବରିଷ୍ଠ ଓଏଏସ ଅଫିସର ଅଶୋକ କୁମାର ପଣ୍ଡାଙ୍କୁ ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।ସୂଚନା ଅନୁସାରେ, ଗତବର୍ଷ ଜୁନ୍ ୯ତାରିଖରେ ବରିଷ୍ଠ ଓଏଏସ ଶ୍ରୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରିଥିଲେ । ଶ୍ରୀ ଷଡ଼ଙ୍ଗୀ ତତକାଳୀନ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ବ୍ୟକ୍ତିଗତ ସଚିବ ଭାବେ କାମ କରୁଥିବାବେଳେ ତାଙ୍କୁ ମଦ ନିଗମ ଦାୟିତ୍ୱ ମିଳିଥିଲା । ସେହିପରି ଶ୍ରମ ଓ ଇଏସଆଇ ବିଭାଗର ଅତିରିକ୍ତ ସଚିବ ଅଶୋକ କୁମାର ପଣ୍ଡାଙ୍କୁ ଇଏସଆଇ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି ।