ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କଂଗ୍ରେସ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ କେନ୍ଦ୍ରସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରାଯିବ ବୋଲି କୁହାଯାଇଛି । ଆପ୍ ଅଭିଯୋଗ ଆଣିଥିଲା ଅସାମ୍ବିଧାନିକ ଅଧ୍ୟାଦେଶ ବଳରେ କେନ୍ଦ୍ର ସରକାର ଦିଲ୍ଲୀବାସୀଙ୍କ ଅଧିକାର ଛଡ଼େଇ ନେବାକୁ ଚେଷ୍ଟା କରୁଛନ୍ତି । ଏହାସହ ଅଧ୍ୟାଦେଶକୁ ବିରୋଧ କରିବା ନେଇ କଂଗ୍ରେସ ଏତେ ଡେରି କରୁଛି କାହିଁକି ବୋଲି ଆପ୍ ପ୍ରଶ୍ନ କରିଥିଲା । ରାଜ୍ୟସଭାରେ ଯଦି ବିରୋଧୀଦଳମାନେ କେଜ୍ରିୱାଲଙ୍କ ସମର୍ଥନ କରନ୍ତି ତେବେ ଅଧ୍ୟାଦେଶ ପାରିତ ହୋଇପାରିବ ନାହିଁ । ସଂସଦରେ ଅଧ୍ୟାଦେଶ ଆସିଲେ କଂଗ୍ରେସ ଆପ୍ ଓ ଅନ୍ୟ ବିରୋଧୀଦଳଙ୍କ ସହ ଅଧ୍ୟାଦେଶକୁ ବିରୋଧ କରିବେ ବୋଲି ଆଲୋଚନା ହେଉଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ