ସମ୍ବଲପୁର: 5T ସଚିବ ଭିକେ ପାଣ୍ଡିଆନ୍ ସମ୍ବଲପୁରର ହୁମା ମନ୍ଦିରରେ ପୂଜା କରିଛନ୍ତି । ସେଠାକୁ ଗସ୍ତ କରି ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହୁମା ମନ୍ଦିରର ସ୍ଥିତି ଅନୁଧ୍ୟାନ କରିବା ପାଇଁ 5T ସଚିବ ଭିକେ ପାଣ୍ଡିଆନ ହୁମା ଆସିଥିବାରୁ ମନ୍ଦିର କମିଟି, ପୂଜକ ଭକ୍ତ ଓ ସ୍ଥାନୀୟ ବାସିନ୍ଦା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ସଚିବ ଭିକେ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମନ୍ଦିରରେ ପହଞ୍ଚିବା ପରେ ମନ୍ଦିର କମିଟି, ପୂଜକ ଓ ସ୍ଥାନୀୟ ବାସିନ୍ଦା ଓ ମହିଳାମାନେ ସ୍ବାଗତ କରିଥିଲେ । ପରେ ମନ୍ଦିରରେ ଠାକୁରଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ 5T ସଚିବ । ମନ୍ଦିର ପରିଭ୍ରମଣ କରି ସ୍ଥିତି ଅନୁଧ୍ୟାନ କରିବା ସହ ମନ୍ଦିର କମିଟି କର୍ମକର୍ତ୍ତା, ପୂଜକ, ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ସହ ଆଲୋଚନା କରିଥିଲେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post