ଭୁବନେଶ୍ୱରର ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ ରମାଦେବୀ ଜୁନିୟର କଲେଜ

ଭୁବନେଶ୍ବର:ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ରମାଦେବୀ ଜୁନିୟର କଲେଜ। ଭୁବନେଶ୍ୱରର ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ ରମାଦେବୀ ଜୁନିୟର କଲେଜ। ଏନେଇ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦଶାଳୟର ନିର୍ଦ୍ଦେଶକ।ପ୍ରଥମ ପର୍ଯ୍ୟାୟରେ ସ୍ଥାନାନ୍ତର ହେବ କଳା ଓ ବାଣିଜ୍ୟ ବିଭାଗ। ୟୁନିଟ ୯ ବାଳିକା ସ୍କୁଲରେ ଲାବୋରୋଟୋରୀ ନଥିବାରୁ ଥିବାରୁ ବିଜ୍ଞାନ ବିଭାଗକୁ ଏବେ ସେଠାକୁ ସ୍ଥାନାନ୍ତର କରାଯିବ ନାହିଁ। ସେମାନଙ୍କ ପାଠପଢ଼ା ଏବେ ରମାଦେବୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ହେବ।